73

ଆସୁଛନ୍ତି ପ୍ରଧାନମନ୍ତ୍ରୀ, ଜାରି ହେଲା ଟ୍ରାଫିକ କଟକଣା

ଭୁବନେଶ୍ୱର: ଆସନ୍ତା କାଲି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୋଦିଙ୍କ ଭୁବନେଶ୍ୱର ଗସ୍ତ ପାଇଁ  ଟ୍ରାଫିକ କଟକଣା ଜାରି କରିଛି ଭୁବନେଶ୍ୱର କମିସନରେଟ ପୋଲିସ । ଭୁବନେଶ୍ୱର ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ  ଯୋଗଦେଇ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ । ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି  । ଆସନ୍ତାକାଲି ସକାଳ ୭ଟା ୩୦ ମିନିଟରୁ ଅପରାହ୍ନ ୩ଟା ମଧ୍ୟରେ ଟ୍ରାଫିକ କଟକଣା ଲାଗୁ ହେବ ।

 

କମିଶନରେଟ୍ ପୋଲିସ ପକ୍ଷରୁ ଜାରି ହୋଇଥିବା ଟ୍ରାଫିକ ନିର୍ଦ୍ଦେଶନାମା ଅନୁସାରେ  । ଜୟଦେବ ବିହାର-ନାଲକୋ ଛକ ରାସ୍ତାରେ ବଳବତ୍ତର ରହିବ କଟକଣା । ଜୟଦେବ ବିହାର ଛକ ଠାରୁ ନାଲକୋ ଛକ ଓ ନାଲକୋ ଛକରୁ ଜୟଦେବ ବିହାର ମଧ୍ୟରେ ଓ ଏହାକୁ ଯୋଗାଯୋଗ କରୁଥିବା ଗଳି ରାସ୍ତାରେ ଯାନବାହନ ଯାତାୟତ କରିପାରିବ ନାହିଁ । ନନ୍ଦନକାନନ ପଟୁ ଜୟଦେବ ବିହାର ଆଡକୁ ଯିବାକୁ ଚାହୁଁଥିବା ଯାନବାହନଗୁଡିକ ଡମଣା ଛକରୁ ବାମ ମୋଡ ନେଇ ଗୁରୁ କେଳୁଚରଣ ପାର୍କ- ସୈନିକ ସ୍କୁଲ ରାସ୍ତା ଦେଇ ଆଚାର୍ଯ୍ୟ ବିହାର ଯାଇପାରିବେ କିମ୍ବା ଶିଖରଚଣ୍ଡୀ-ପଥରଗାଡିଆ-ଡିଏନ ସ୍କୁଲ- କଳିଙ୍ଗ ଷ୍ଟୁଡିଓ ଛକ-ଫାୟାର ଷ୍ଟେସନ ଛକ ଦେଇ ଯାଇପାରିବେ । ଜରୁରୀକାଳୀନ ସେବା ଦମକଳ, ଆମ୍ବୁଲାନ୍ସ ପାଇଁ ଲାଗୁ ହେବନାହିଁ ଏହି କଟକଣା।

 

Spread the love