79

ଜନ୍ମ ମାଟିରେ ୧୦୦ ଦିନ ପୂର୍ତି ଉଶ୍ଚବ ପାଳିବେ ମୋହନ

ଭୁବନେଶ୍ବର: କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ | ଆଜିଠାରୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଏହି ୩ ଦିନରେ ମୁଖ୍ୟମନ୍ତ୍ରୀ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ମୋହନ । ଆଜି ମୁଖ୍ୟମନ୍ତ୍ରୀ ସକାଳେ ରିଜର୍ଭ ପଡିଆ ହେଲିପ୍ୟାଡ଼ରେ ଅବତରଣ କରିବା ପରେ ବାଇକ ରାଲିରେ ଅଡିଟୋରିୟମ ହଲରେ ପହଁଚିବେ। ସେଠାରେ ଲାଇଫ୍ ସେଭର୍ସ ଗ୍ରୁପ୍ ଟ୍ରଷ୍ଟର ତୃତୀୟ ବାର୍ଷିକ ଉତ୍ସବରେ ଯୋଗ ଦେବେ। ସନ୍ଧ୍ୟାରେ ନିଜ ଗାଁ ରାଇକଳା ସ୍ଥିତ ଘରକୁ ଯିବେ। ପରେ ସ୍ଥାନୀୟ ହୋଟେଲରେ ସାଂସଦ ଓ ବିଧାୟକଙ୍କ ସହ ରହିଛି ଆଲୋଚନା କାର୍ଯ୍ୟକ୍ରମ । ଶନିବାର ସକାଳେ ଚାଏ ପେ ଚର୍ଚ୍ଚା ଏବଂ ପରେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ଦ୍ୱାରା ଆୟୋଜିତ ରଜତ ଜୟନ୍ତୀ ଉତ୍ସବରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ସନ୍ଧ୍ୟାରେ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ | ରବିବାର ଡିଡି ୟୁନିଭରସିଟି ପଡ଼ିଆରେ ଓଡ଼ିଶାରେ ବିଜେପି ସରକାରର ୧୦୦ ଦିନ ପୂର୍ତି ଉତ୍ସବରେ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି । ସେପଟେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କୁ ମଧ୍ୟ କଡାକଡି କରାଯାଇଛି |

 

Spread the love