83

ପୁଣି ପାଞ୍ଚଦିନ ପ୍ରବଳ ବର୍ଷିବ !

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଆଜି ପାଇଁ ୧୨ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହି ସବୁ ଜିଲ୍ଲାଗୁଡ଼ିକରେ ୭ରୁ ୧୧ ସେଣ୍ଟିମିଟର ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଆସନ୍ତାକାଲି ପାଇଁ ୮ ଜିଲ୍ଲା, ୨୫ ତାରିଖ ପାଇଁ ୭ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟରେ ୨୭ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଗତ ୨୪ ଘଣ୍ଟାରେ ମୟୂରଭଂଜରେ ସର୍ବାଧିକ ୫୬ ମିମି ବର୍ଷା ରେକର୍ଡ ହୋଇଛି।

 

Spread the love