ଭୁବନେଶ୍ୱର: ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ ନେଇ ଆସିଲା ସ୍ପଷ୍ଟୀକରଣ । ଭିତରକନିକା-ଧାମରା ଭିତରେ ଲ୍ୟାଣ୍ଡଫଲ୍ କରିପାରେ ବାତ୍ୟା । ଲ୍ୟାଣ୍ଡଫଲ୍ ନେଇ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ । ବାତ୍ୟା ‘ଦାନା’ ପାଇଁ ପାରାଦୀପ, ଧାମରା ଓ ପୁରୀ ବନ୍ଦରକୁ ଦିଆଯାଇଛି ୪ନଂ ବିପଦ ସଂକେତ । ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ । ବଙ୍ଗୋପସାଗରରୁ ବଳ ଗୋଟାଇ ଆଗକୁ ବଢୁଛି ଗଭୀର ଅବପାତ । ଆଜି ସୃଷ୍ଟି ହେବ ବାତ୍ୟା, କାଲି ଭୀଷଣ ରୂପ ନେବ। ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳକୁ ବାତ୍ୟା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ | ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଗଭୀର ଅବପାତ ଏବେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୩ କିଲୋମିଟର ବେଗରେ ଆଗକୁ ବଢୁଛି।
ବର୍ତ୍ତମାନ ପାରାଦୀପଠାରୁ ୬୭୦ କିଲୋମିଟର ଦକ୍ଷିଣପୂର୍ବ ଓ ପଶ୍ଚିମବଙ୍ଗ ସାଗର ଦ୍ବୀପରୁ ୭୨୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବ ଦୂରରେ କେନ୍ଦ୍ରୀଭୂତ ରହିଛି ଡିପ୍ ଡିପ୍ରେସନ୍। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଜି ବାତ୍ୟାର ରୂପ ନେବ। ଏହାପରେ ଅଧିକ ଘନୀଭୂତ ହେବ ସାମୁଦ୍ରିକ ଝଡ। ଆସନ୍ତାକାଲି ଏହା ଉତ୍ତର ପଶ୍ଚିମ ବଙ୍ଗୋପସାରରେ ଭୀଷଣ ବାତ୍ୟା ରୂପ ନେବ। ସମୁଦ୍ର ଅଶାନ୍ତ ରହୁଥିବାରୁ ଗୋପାଳପୁର, ପାରାଦୀପ ଏବଂ ଧାମରା ବନ୍ଦରରେ ୧ ନମ୍ବର ବିପଦ ସଙ୍କେତ ବି ଜାରି କରାଯାଇଛି । ଆଜି ରାତି ସୁଦ୍ଧା ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡ଼ିକରେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ । ପ୍ରଭାବିତ ହେବାକୁ ଥିବା ଜିଲ୍ଲା ଗୁଡିକରେ ସରକାରୀ ଆଶ୍ରୟସ୍ଥଳୀ ବାଦ୍ ଆଉ ୫ ଶହ ଅସ୍ଥାୟୀ ଆଶ୍ରୟ ଶିବିର ଏବଂ ୨୫୦ଟି ରିଲିଫ୍ ସେଣ୍ଟରର ବ୍ୟବସ୍ଥା କରାଯାଇଛି |