87

ଖୁବ୍‌ ଶୀଘ୍ର ମିଳିବ ସୁଭଦ୍ରାର ତୃତୀୟ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର: ଖୁବ୍‌ ଶୀଘ୍ର ମିଳିବ ସୁଭଦ୍ରାର ତୃତୀୟ ପର୍ଯ୍ୟାୟ ଟଙ୍କା ।  ମିଳିବ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା। ଗୁରୁତ୍ବପୂର୍ଣ୍ଣ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ବାକି ଥିବା ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା । ବର୍ଷକୁ ଦୁଇଟି କିସ୍ତିରେ ମିଳିବ ୧୦ ହଜାର ଟଙ୍କା । ୫ ବର୍ଷରେ ଆକାଉଣ୍ଟକୁ ଆସିବ ମୋଟ ୫୦ ହଜାର ନଗଦ ରାଶି । ଚଳିତ ଆର୍ଥିକ ବର୍ଷରୁ ଲାଗୁ ହୋଇଛି ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନା । ୨୦୨୪ ନିର୍ବାଚନରେ ବିଜେପି ଦେଇଥିବା ନିର୍ବାଚନୀ ପ୍ରତିଶ୍ରୁତି ଅନୁସାରେ ଓଡ଼ିଶାରେ ମହିଳା ସଶକ୍ତିକରଣ ଲାଗି ରାଜ୍ୟ ସରକାର ଆରମ୍ଭ କରିଛନ୍ତି ସୁଭଦ୍ରା ଯୋଜନା ।

ଓଡ଼ିଶାର ଯୋଗ୍ୟ ମହିଳା ଯାହାଙ୍କ ବୟସ ୨୧ ରୁ ୫୯ ବର୍ଷ ମଧ୍ୟରେ ହୋଇଥିବ । ପରିବାରରେ ଏକାଧିକ ଯୋଗ୍ୟ ମହିଳା ଥିଲେ ବି ମିଳିବ ସୁଭଦ୍ରା ଟଙ୍କା । ବିଧବା ଭତ୍ତା ପାଉଥିବା ମହିଳା ତଥା ଛାତ୍ର ବୃତ୍ତି ପାଉଥିବା କଲେଜ ଛାତ୍ରୀଙ୍କୁ ମଧ୍ୟ ଏହି ଯୋଜନାରେ ଅନ୍ତର୍ଭୁକ୍ତ କରାଯିବ। ଅଙ୍ଗନୱାଡି କର୍ମୀ/ସହାୟିକା, ଆଶାକର୍ମୀ ମଧ୍ୟ କରିପାରିବେ ଆବେଦନ । ସିଆରପି କରିପାରିବେ ଆବେଦନ । ଏମ୍‌ବିକେ, ଆଉଟ୍ ସୋର୍ସିଂ ସଂସ୍ଥାର ମହିଳା ମାନେ ମଧ୍ୟ ସୁଭଦ୍ରା ଯୋଜନାର ଲାଭ ଉଠାଇ ପାରିବେ ।

Spread the love