କର୍ତବ୍ୟ ନ୍ୟୁଜ ବ୍ୟୁରୋ: ପୁଣି ହ୍ରାସ ପାଇଲା ସୁନା ଦର । ଆଜି କଟକ ଓ ଭୁବନେଶ୍ୱରରେ ହୋଇଛି ସୁନାର ଦରରେ ପରିବର୍ତ୍ତନ । ଗତକାଲି ଅପେକ୍ଷା ସୁନାର ଦାମ୍ କାମ ରହିଛି । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୬,୮୦୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୦,୪୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୭,୦୪୦ ଟଙ୍କା ହୋଇଥିବା ବେଳେ ୮ ଗ୍ରାମ ପିଛା ୫୬,୩୨୦ ଟଙ୍କା ରହିଛି । କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୦,୪୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୭,୧୩୦ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୮,୪୦୦ ଟଙ୍କା ରହିଛି । ଏହାଛଡା ରୁପା ଦର ହ୍ରାସ ପାଇଛି । ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୯୯ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୭୯୨ ଟଙ୍କା, ୧୦୦ ଗ୍ରାମ୍ ପିଛା ୯,୯୦୦ ଓ ୧ କେଜି ପିଛା ୯୯,୦୦୦ ଟଙ୍କା ରହିଛି।