କର୍ତବ୍ୟ ନ୍ୟୁଜ ବ୍ୟୁରୋ: ସୁଭଦ୍ରା’ ଯୋଜନାକୁ ନେଇ ମିଳିଲା ବଡ ସୂଚନା । ଗାଁର ଶେଷ ଯୋଗ୍ୟ ହିତାଧିକାରୀ ଆବେଦନ ନ କଲା ଯାଏଁ ଚାଲିବ ପଞ୍ଜୀକରଣ । ପ୍ରଥମ କିସ୍ତି ମିଳିବାର ଶେଷ ତାରିଖ ମାର୍ଚ୍ଚ ୮ ଥିଲା । କିନ୍ତୁ ମାର୍ଚ୍ଚ ୩୦ରେ ଆବେଦନ କଲେ ମଧ୍ୟ ଏକା ଥରେ ମିଳିବ ସୁଭଦ୍ରାର ଦୁଇଟି କିସ୍ତି। ବ୍ୟାଙ୍କ ଗୁଡିକ ସହିତ ବୈଠକ ସରିଲାଣି । ଏବେ ଅଙ୍ଗନବାଡ଼ି ଦିଦି ମାନେ ଘର ଘର ବୁଲୁଛନ୍ତି। ତେଣୁ କାହାର ୫ ଏକର ଜମି ଅଛି ବା ନାହିଁ, ଏହି ଦ୍ବନ୍ଦ୍ବ ପାଇଁ ଡିସେମ୍ବର ୩୦ ଯାଏଁ ତଦନ୍ତ ହେଉଛି ବୋଲି ପୂର୍ବରୁ ସୂଚନା ଦିଆଯାଇଥିଲା । ଏହି ସମୟ ଅବଧିକୁ ଜାନୁଆରୀ ୧୫ ଯାଏଁ ବୃଦ୍ଧି କରାଯାଇଛି । ତେଣୁ ଜାନୁଆରୀ ୧୫ ପରେ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ।
ସୂଚନା ଅନୁସାରେ ୧୭ ସେପ୍ଟେମ୍ବର ୨୦୨୪ରେ ଆରମ୍ଭ ହୋଇଥିଲା ସୁଭଦ୍ରା ଯୋଜନା । ଭୁବନେଶ୍ୱରର ଜନତା ମୈଦାନରେ ହଜାର ହଜାର ମହିଳାଙ୍କ ଉପସ୍ଥିତିରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ପ୍ରଥମ ଦଫାରେ ପ୍ରାୟ ୨୫ ଲକ୍ଷ ମହିଳାଙ୍କ ଖାତାକୁ ଟଙ୍କା ଯାଇଥିଲା । ସେହିପରି ଅକ୍ଟୋବର ୯ରେ ମହିଳାଙ୍କ ଖାତାକୁ ଆସିଥିଲା ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା । ବାରିପଦା ସଭାରେ ମୁଖ୍ୟମନ୍ତ୍ରୀ ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ପଠାଇଥିଲେ ।