57

ଵଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର, ଛେଚିବ ବର୍ଷା!

କର୍ତ୍ତବ୍ୟ ନ୍ୟୁଜ ବ୍ୟୁରୋ : ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଦକ୍ଷିଣ ବଙ୍ଗୋପସାଗର ମଧ୍ୟ ଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆସନ୍ତକାଲି ଯାଏଁ ଉତ୍ତରପଶ୍ଚିମ ଦିଗରେ ଗତି କରିବ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରୁ ପରବର୍ତ୍ତୀ ୪୮ ଘଣ୍ଟା ଯାଏଁ ସାମାନ୍ୟ ଉତ୍ତର ଆଡକୁ ଗତି କରିବା ସମ୍ଭାବନା ରହିଛି । ତେବେ ଏହାର ପ୍ରଭାବ ଓଡ଼ିଶାରେ ରହିବ କି ନାହିଁ ସେନେଇ ପୂର୍ବାନୁମାନ କରିନି ପାଣିପାଗ ବିଭାଗ ।

ସେପଟେ ରାଜ୍ୟରେ ପୁଣି ଉପରମୁହାଁ ପାରଦ । ଆଜିଠୁ ଆହୁରି ବଢିବ ତାପମାତ୍ରା । ଆସନ୍ତା ୨୪ ଘଣ୍ଟାରେ ୨ରୁ ୩ ଡିଗ୍ରୀ ତାପମାତ୍ରା ବଢିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପଶ୍ଚିମ ଓଡ଼ିଶାରେ ୪୦ ଡିଗ୍ରୀ ଛୁଇଁପାରେ ପାରଦ । ସେହିଭଳି ବାକି ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ ମଧ୍ୟରେ ରହିବା ସମ୍ଭାବନା ରହିଛି । ସେହିପରି କିଛି ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ବିଶେଷକରି ଆଜି କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହୋଇପାରେ ।

 

 

Spread the love