24

ତାତିରୁ ମିଳିବ ଅଶ୍ୱସ୍ଥି, ଆସୁଛି ବର୍ଷା!

କର୍ତ୍ତବ୍ୟ ନ୍ୟୁଜ ବ୍ୟୁରୋ: ତାତିରୁ ବଞ୍ଚାଇବ କାଳବୈଶାଖୀ । ସୁଦୃଶ୍ୟ ଲଘୁଚାପ ପ୍ରଭାବରେ ଆସନ୍ତାକାଲି ଓ ୧୧ ତାରିଖରେ ରହଛି ବର୍ଷା ସମ୍ଭାବନା । ଆସନ୍ତା ୨୪ ଘଣ୍ଟାରେ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ସେପଟେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ପବନ ହୋଇଛି । ଏଥିପାଇଁ ଆଜି ୧୩ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଆଲର୍ଟ । ଉପକୂଳ ଓଡ଼ିଶା ସମେତ ମୟୂରଭଂଜ, କେନ୍ଦୁଝର, ସୁନ୍ଦରଗଡ଼ ରାୟଗଡ଼ା, କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଏବଂ ପବନ ସମ୍ଭାବନା ରହିଛି। ଆସନ୍ତାକାଲି ପାଇଁ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ୧୩ ତାରିଖ ପର୍ଯ୍ୟନ୍ତ ବର୍ଷାର ପ୍ରଭାବ ରହିବ।

Spread the love