35

ମିଥ୍ୟା ପ୍ରଚାରର ଉଚିତ ଜବାବ ଦେବାକୁ କର୍ମୀଙ୍କୁ ଆହ୍ୱାନ!

କର୍ତ୍ତବ୍ୟ ନ୍ୟୁଜ ବ୍ୟୁରୋ : ବିଜୁ ଜନତା ଦଳର ସଭାପତି ଭାବରେ ଦଳର ସେବା କରିବା ପାଇଁ ମୋତେ ପୁଣି ଥରେ ସୁଯୋଗ ଦେଇଥିବାରୁ ମୁଁ ଆପଣମାନଙ୍କୁ ଧନ୍ୟବାଦ ଜଣାଉଛି ବୋଲି କହି ଦାୟୀତ୍ୱ ଗ୍ରହଣ ପରେ ନିଜ କର୍ମକର୍ତ୍ତାଙ୍କୁ କୃତଜ୍ଞତା ଜଣାଇଛନ୍ତି ବିଜୁ ଜନତା ଦଳ ସଭାପତି ନବୀନ ପଟନାୟକ |ନବୀନ କହିଛନ୍ତି ଆପଣମାନଙ୍କ ଏହି ଭଲ ପାଇବା ମୋତେ ସବୁବେଳେ ଆପଣମାନଙ୍କ ନିକଟରେ ରୁଣୀ କରିରଖିଛି ।

ଏହି ଅବସରରେ ଆମର ପ୍ରିୟ ନେତା ବିଜୁ ପଟ୍ଟନାୟକଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳୀ ଜଣାଉଛି । ବିଜୁବାବୁ ଙ୍କ ଆଦର୍ଶ ସବୁବେଳେ ଆମକୁ ବାଟ ଦେଖାଇଆସିଛି । ଓଡ଼ିଶାବାସୀଙ୍କ ଆଶୀର୍ବାଦରେ ବିଜୁ ଜନତା ଦଳ ୨୦୦୦ ରୁ ୨୦୨୪ ପର୍ଯ୍ୟନ୍ତ ଓଡ଼ିଶା ମା’ ର ସେବାର ସୁଯୋଗ ପାଇଥିଲା । ଏହି ସମୟ ଥିଲା ଓଡ଼ିଶା ବିକାଶର ସୁବର୍ଣ୍ଣ ଯୁଗ । ବିଭିନ୍ନ କ୍ଷେତ୍ରରେ ଓଡ଼ିଶା ଅନ୍ୟ ରାଜ୍ୟ ପାଇଁ ଆଦର୍ଶ ହୋଇଥିଲା ।

ବିଜୁ ଜନତା ଦଳର ପ୍ରକୃତ ସାମର୍ଥ୍ୟକୁ କେହି ବେଖାତିର କରିବା ଉଚିତ ନୁହେଁ । ଆମର ପ୍ରତି କର୍ମୀ ଭାଇ ଭଉଣୀ ମାନଙ୍କ ଦକ୍ଷତା ବହୁତ ଉଚ୍ଚା ଅଛି । ସେହିମାନେ ହିଁ ହେଉଛନ୍ତି ଆମ ଦଳର ପ୍ରକୃତ ସମ୍ପତି । ଆମର ନୀତି ଓ ଆଦର୍ଶ ହେଉଛି ଆମର ଶକ୍ତି । ସରକାରରେ ରହେ ବା ନ ରହେ, ବିଜୁ ଜନତା ଦଳ ସବୁବେଳେ ଓଡିଶାବାସୀଙ୍କ ସେବା କରି ଚାଲିଛି ଏବଂ କରି ଚାଲିବ । ଓଡିଶାବାସୀଙ୍କ ସଶକ୍ତି କରଣ ଆମର ଲକ୍ଷ୍ୟ। ଓଡ଼ିଶାର ସ୍ୱାର୍ଥ ଓ ସ୍ୱାଭିମାନ ସାଥୀରେ ବିଜେଡି ସବୁବେଳେ ଯୋଡି ହୋଇ ରହିଛି ଓ ରହିବ । ଓଡିଶାର ହକ୍‌ ପାଇଁ ଆମର ଲଢେଇ ଜାରି ରହିବ । ଓଡ଼ିଆ ସ୍ୱାଭିମାନ ଓ ଓଡ଼ିଶାଙ୍କ ସ୍ୱାର୍ଥ ଆମ ପାଇଁ ସବୁଠାରୁ ଉପରେ ।ବିଜୁ ଜନତା ଦଳ ସବୁବେଳେ ତାର ଆଦର୍ଶରେ ଦୃଢ଼ ରହିଛି ଓ ରହିବ ।

“We missed the last election with a narrow margin even though BJD got more popular votes. This is because we couldn’t effectively counter the false narrative.

Even now creating false narrative is the main strategy against BJD. We should be aggressive in exposing this false narrative especially in social media.

Let me honest in telling that we need to strongly improve put social media presence. Technology should be used to tell facts and without technology we can not reach out to people.”

ବିଜେଡିର କର୍ମୀ, ଭାଇ ଭଉଣୀ ମାନଙ୍କ ଉପରେ ମୋର ପୁରା ଭରସା ଅଛି । ସେମାନେ ହିଁ ମିଛ ପ୍ରଚାରର ଉଚିତ୍‌ ଜବାବ ଦେବେ । ଓଡିଶାର ସବୁ ଗାଁ, ସବୁ ସହରରେ ଆମର ସେବାର ବାର୍ତ୍ତା ପହଞ୍ଚାଇବେ ବୋଲି କହିଛନ୍ତି ବିଜୁ ଜନତା ଦଳ ସଭାପତି ନବୀନ ପଟନାୟକ |

Spread the love