73

ସାମ୍ବାଦିକତା କ୍ଷେତ୍ରରେ ସ୍ବର୍ଗତ ମହାନ୍ତିଙ୍କ ଅବଦାନ ଚିରସ୍ମରଣୀୟ ହୋଇ ରହିବ: ମନମୋହନ ସାମଲ

କର୍ତ୍ତବ୍ୟ ନ୍ୟୁଜ ବ୍ୟୁରୋ: ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଆଜି ପରଲୋକ ଘଟିଛି। ସ୍ୱର୍ଗତଃ ମହାନ୍ତି ବିଭିନ୍ନ ଆଂଚଳିକ ଓ ଜାତୀୟ ଗଣମାଧ୍ୟମର ପ୍ରତିନିଧି ଭାବେ କାର୍ଯ୍ୟ କରିଥିଲେ। ଦୀର୍ଘ ୪ ଦଶନ୍ଧି ଧରି ସ୍ୱଚ୍ଛ, ନିରପେକ୍ଷ, ନିର୍ଭୀକ ଓ ନିଷ୍ଠାର ସହିତ ସାମ୍ବାଦିକତା କରି ଶ୍ରୀ ମହାନ୍ତି ସମସ୍ତଙ୍କ ପ୍ରିୟଭାଜନ ହୋଇପାରିଥିଲେ। ତାଙ୍କ ବିୟୋଗରେ ରାଜ୍ୟ ସଭାପତି ମନମୋହନ ସାମଲ ଗଭୀର ଶୋକବ୍ୟକ୍ତ କରି ସାମ୍ବାଦିକତା କ୍ଷେତ୍ରରେ ତାଙ୍କ ଅବଦାନ ଚିରସ୍ମରଣୀୟ ହୋଇ ରହିବ ବୋଲି କହିଛନ୍ତି।

ରାଜ୍ୟ ସଭାପତି ଶ୍ରୀ ମହାନ୍ତିଙ୍କ ବାସଭବନକୁ ଯାଇ ପାର୍ଥୀବ ଶରୀର ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି । ଏହି ଅବସରରେ ଏକାମ୍ର ବିଧାୟକ ବାବୁ ସିଂ, ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର, ରାଜ୍ୟ ସାଧାରଣ ସଂପାଦକ ଡ.ଯତୀନ ମହାନ୍ତି, ରାଜ୍ୟ ମୁଖପାତ୍ର ସୁଦୀପ୍ତ ରାୟ, ଅନିଲ ବିଶ୍ୱାଳ, ବରିଷ୍ଠ ନେତା ସୁରଥ ବିଶ୍ୱାଳ, ରାଜ୍ୟ ଗଣମାଧ୍ୟମ ସଂଯୋଜକ ସୁଜିତ କୁମାର ଦାସ, ସାମାଜିକ ଗଣମାଧ୍ୟମ ରାଜ୍ୟ ସଂଯୋଜକ ଉମାକାନ୍ତ ପଟ୍ଟନାୟକଙ୍କ ସମେତ ପ୍ରମୁଖ ପାର୍ଥୀବ ଶରୀରର ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି ।

ସ୍ୱର୍ଗତ ମହାନ୍ତିଙ୍କ ଦିବଂଗତ ଆତ୍ମାର ସଦ୍‌ଗତି କାମନା କରିବା ସହ ଏଭଳି ଦୁଖଦଃ ସମୟରେ ଶୋକସନ୍ତପ୍ତ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ପ୍ରାର୍ଥନା କରିଛନ୍ତି।

 

 

 

Spread the love