33

ପୁଣି ରାଜ୍ୟରେ ତାଣ୍ଡବ ରଚିବ କାଳବୈଖାଶୀ!

କର୍ତ୍ତବ୍ୟ ନ୍ୟୁଜ ବ୍ୟୁରୋ: ପୁଣି ରାଜ୍ୟରେ ତାଣ୍ଡବ ରଚିବ କାଳବୈଖାଶୀ । ଆସନ୍ତା ୪ ଦିନ ବର୍ଷା ହେବା ନେଇ ସୂଚନା | ସେଥିପାଇଁ ସାରା ରାଜ୍ୟରେ ଆଜି ଦେଖିବାକୁ ମିଳିବ କାଳବୈଶାଖୀର ପ୍ରଭାବ। କାଳବୈଶାଖୀ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଗଂଜାମ, ଗଜପତି, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ ଏବଂ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା ହେବା ସମ୍ଭାବନା ରହିଛି । ସେହିପରି ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ୫୦ ରୁ ୬୦ କିମି ବେଗରେ ପବନ ବହିପାରେ । ଏସବୁ ଜିଲ୍ଲାକୁ ଛାଡ଼ି ବାକି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛି । ୟେଲୋ ୱାର୍ଣ୍ଣିଂ ଥିବା ଜିଲ୍ଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସାଙ୍ଗକୁ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଆସନ୍ତା ୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଯାହାଫଳରେ ଅସହ୍ୟ ତାତିରୁ ସାମାନ୍ୟ ନିସ୍ତାର ମିଳିବ ।

Spread the love