କର୍ତ୍ତବ୍ୟ ନ୍ୟୁଜ ବ୍ୟୁରୋ: ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ । ଅପରାହ୍ନ ୪ଟାରେ ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ CHSE ପକ୍ଷରୁ ସୂଚନା ଦିଆଯାଇଛି । ଏକସଙ୍ଗେ କଳା, ବାଣିଜ୍ୟ, ବିଜ୍ଞାନ ରେଜଲ୍ଟ ପ୍ରକାଶ ପାଇବ । ଛାତ୍ରଛାତ୍ରୀମାନେ ରେଜଲ୍ଟ ଘୋଷଣାର ଏକ ଘଣ୍ଟା ପରେ ୱେବସାଇଟ୍ results.odisha.gov.in ଏବଂ results.digilocker.gov.inରେ ପରୀକ୍ଷା ଫଳ ଦେଖିପାରିବେ ।
ଅନ୍ୟପଟେ ଯୁକ୍ତ ୩ ନାମଲେଖା ଅବଧି ଆଜି ଶେଷ ହେବାକୁ ଥିବାବେଳେ ଏହାକୁ ଜୁନ ୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଗଣଶିକ୍ଷା ମନ୍ତ୍ରୀ ଓ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି । ସୂଚନାଯୋଗ୍ୟ, ଆଜି ସକାଳେ ୨ ଦିନ ଭିତରେ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଥିଲେ । ପରବର୍ତ୍ତୀ ସମୟରେ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍ପଷ୍ଟ ସୂଚନା ଦିଆଯାଇଛି । ଆସନ୍ତାକାଲି ଅପରାହ୍ନରେ କଳା, ବାଣିଜ୍ୟ, ବିଜ୍ଞାନ ରେଜଲ୍ଟ ପ୍ରକାଶ ପାଇବ ବୋଲି ଜଣାପଡ଼ିଛି ।