କର୍ତ୍ତବ୍ୟ ନ୍ୟୁଜ ବ୍ୟୁରୋ: ଡକ୍ଟର ଚନ୍ଦ୍ରଭାନୁ ଶତପଥୀଙ୍କ ପ୍ରେରଣା ଓ ଆଶୀର୍ବାଦରେ ପବିତ୍ର ବାହୁଡା ଯାତ୍ରାରେ, ଓଡ଼ିଶାର ପ୍ରମୁଖ ପ୍ରେକ୍ଷାଳୟରେ ରିଲିଜ୍ ହୋଇଥିବା ଫିଲ୍ମ ‘ଶ୍ରୀଜଗନ୍ନାଥଙ୍କ ନବକଳେବର’କୁ ଶୁକ୍ରବାର ରାଷ୍ଟ୍ରପତି ଭବନରେ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଦେଖିଛନ୍ତି । ଏଥିପାଇଁ ରାଷ୍ଟ୍ରପତି ଭବନରେ ଏକ ସ୍ବତନ୍ତ୍ର ଶୋ ର ଆୟୋଜନ କରାଯାଇଥିଲା ।
ରାଷ୍ଟ୍ରପତି ଭବନ ପକ୍ଷରୁ ଏଥି ନିମନ୍ତେ ଫିଲ୍ମର ସମ୍ପୂର୍ଣ୍ଣ ଟିମକୁ ନିମନ୍ତ୍ରଣ କରାଯାଇଥିଲା । ମହାମହିମ ରାଷ୍ଟ୍ରପତିଙ୍କ ସହ ଏହି କାର୍ଯକ୍ରମରେ ଗୁରୁଜୀ ଡଃ ଚନ୍ଦ୍ରଭାନୁ ଶତପଥୀଙ୍କ ସମେତ ଚଳଚ୍ଚିତ୍ରର ଉପଦେଷ୍ଠା ବିଭୁପ୍ରସାଦ ମହାପାତ୍ର,ମେଜର ଜେନେରାଲ ଭୁଦେବ ପରିଡା, ରାଷ୍ଟ୍ରପତିଙ୍କ ଭିଏସଏମ୍ ସାମରିକ ସଚିବ ବିଜୟ ନାୟକ, ବରିଷ୍ଠ ବୈଷୟିକ ନିର୍ଦ୍ଦେଶକ ଓ ଅତିରିକ୍ତ ପ୍ରେସ୍ ସଚିବ ଜ୍ଞାନ ରଞ୍ଜନ ନନ୍ଦ, ରାଷ୍ଟ୍ରପତିଙ୍କ ସଚିବ ଶ୍ରୀମତୀ ଦୀପ୍ତି ଉମାଶଙ୍କର, ପ୍ରେସ୍ ସଚିବ ଅଜୟ କୁମାର ସିଂହ, ସ୍ୱତନ୍ତ୍ର ଦାୟିତ୍ୱରେ ଥିବା ଅଧିକାରୀ ସୁନୀଲ କୁମାର ତ୍ରିବେଦୀ, କ୍ୟାପ୍ଟେନ୍ ରଭନୀତ ସିଂହ ରନ୍ଧାୱା ନିୟନ୍ତ୍ରକ, କର୍ଣ୍ଣେଲ (ଡକ୍ଟର) କିରଣ କୁମାର କମ୍ପେଲା, ଶ୍ରୀମତୀ ଦେବସ୍ୱେତା ବଣିକ (ରାଷ୍ଟ୍ରପତିଙ୍କ ବ୍ୟକ୍ତିଗତ ସଚିବ), ଡକ୍ଟର ସୁନିଶ ଏସ. (ଆଇଫ୍ଏ) ଓ ଓଡ଼ିଶାର ସାଂସଦ ମୁନା ଖାଁଙ୍କ ସହ ଫିଲ୍ମର ପ୍ରଯୋଜିକା ତଥା ନିର୍ଦ୍ଦେଶିକା ବିନି ସାମଲ, ପ୍ରଯୋଜକ ଦିଲ୍ଲୀପ ଜେନା, କାର୍ଯ୍ୟକାରୀ ପ୍ରଯୋଜକ ପ୍ରଣୟ ଜେଠୀ, ବିତରକ ପ୍ରକାଶ ଫିଲ୍ମସର ନିର୍ଦ୍ଦେଶକ ସଚ୍ଚିକାନ୍ତ ଜେନା , ସଂଗୀତ ନିର୍ଦ୍ଦେଶକ ମଳୟ ମିଶ୍ର,କାହାଣୀ ଓ ସଂଳାପକାର ଶଙ୍କର ତ୍ରୀପାଠି ଙ୍କ ସହ ଫିଲ୍ମର ମୁଖ୍ୟ କଳାକାର ସିଦ୍ଧାନ୍ତ ମହାପାତ୍ର,ଜ୍ୟୋତି ରଞ୍ଜନ ନାୟକ, ଶ୍ରୀତମ ଦାସ, ଶିବାନୀ ସଙ୍ଗୀତା, ପିଙ୍କି ପ୍ରଧାନ, ଓ ଅଂଶୁମାନ ପ୍ରମୁଖ ଉପସ୍ଥିତ ଥିଲେ ।
ମହାପ୍ରଭୁଙ୍କ ଏହି ଫିଲ୍ମ ଦେଖି ସମସ୍ତେ ଭାବ ବିହ୍ଵଳ ହୋଇପଡ଼ିଥିଲେ ଓ ଶ୍ରୀ ଜଗନ୍ନାଥ ସଂସ୍କୃତିକୁ ପ୍ରଚାର ଓ ପ୍ରସାର କରୁଥିବାରୁ ଫିଲ୍ମର ଟିମ୍ କୁ ଅନେକ ପ୍ରଶଂସା କରିଥିଲେ ।