24

୭ଟି ଜିଲ୍ଲାକୁ ସତର୍କତା ଜାରି କଲା ପାଣିପାଗ ବିଭାଗ!

କର୍ତ୍ତବ୍ୟ ନ୍ୟୁଜ ବ୍ୟୁରୋ: ଆଗାମୀ ଦୁଇ ଦିନ ପାଇଁ ଓଡ଼ିଶାର ସାତୋଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (IMD)। ଡିସେମ୍ବର ୪ ଏବଂ ୫ ତାରିଖରେ ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ଝାରସୁଗୁଡ଼ା, ବଲାଙ୍ଗୀର ଏବଂ ସୋନପୁର ଜିଲ୍ଲାରେ ଘନ କୁହୁଡ଼ି ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ଝାରସୁଗୁଡ଼ା, ବଲାଙ୍ଗୀର ଏବଂ ସୋନପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ବହୁତ ଅଧିକ। ଏହି ଦିନଗୁଡ଼ିକରେ ଯାତ୍ରା କରିବା ସମୟରେ ସତର୍କତା ଅବଲମ୍ବନ କରିବାକୁ ବାସିନ୍ଦାଙ୍କୁ ପରାମର୍ଶ ଦିଆଯାଇଛି।

Spread the love