ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲାର ବାଣପୁର ବ୍ଲକ ଠାରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣୀ ଶିବିର ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି |
ଏହି ଶିବିରରେ ମୋଟ ୫୮ ଗୋଟି ଅଭିଯୋଗର ଶୁଣାଣୀ କରାଯାଇଥିଲା | ସେଥିମଧ୍ୟରୁ ୦୫ ଗୋଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା |ଅବଶିଷ୍ଟ ଅଭିଯୋଗ ଗୁଡିକର ଶୀଘ୍ର ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ |

ଏହି ଅବସରରେ ରେଡକ୍ରସ ପାଣ୍ଠିରୁ ଜଣେ ହିତାଧିକାରୀଙ୍କୁ ୧୫,୦୦୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିବା ବେଳେ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଦୁଇ ଜଣଙ୍କୁ ୨୦,୦୦୦ ଟଙ୍କା ଲେଖାଏଁ ସହାୟତା ଜିଲ୍ଲାପାଳ ପ୍ରଦାନ କରିଥିଲେ |ଏହି ଶିବିରରେ ଆରକ୍ଷୀ ଅଧୀକ୍ଷକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଶୁଣିଥିଲେ |