ଭୁବନେଶ୍ୱର: ଆଜିଠୁ ନିର୍ଧୁମ ଛେଚିବ ବର୍ଷା। ଲଘୁଚାପ ପ୍ରଭାବରେ ତିନି ଦିନ ଭିଜିବ ଓଡ଼ିଶା। ବିଶେଷ ଭାବେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଗଂଜାମ, ଗଜପତି, ରାୟଗଡ଼ା,ମାଲକାନଗିରି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି ଭଳି ୧୭ ଜିଲ୍ଲାକୁ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।
କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ବର୍ତ୍ତମାନ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ଏହା ଦୁଇ ଦିନରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ସେପଟେ ଏହି ବର୍ଷା ପାଇଁ କୋରାପୁଟରେ ସ୍କୁଲ ଛୁଟି । ଆଜି କୋରାପୁଟ ଜିଲ୍ଲାରେ ସ୍କୁଲ୍ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ । ବର୍ଷା ପାଇଁ ରେଡ୍ ୱାର୍ଣ୍ଣିଂ ଥିବାରୁ ଜିଲ୍ଲା ପ୍ରଶାସନ ତରଫରୁ ଛୁଟି ଘୋଷଣା କରାଯାଇଛି । ଅଗ୍ନିଶମ ଓ ଓଡ୍ରାଫ୍ ଟିମ୍’ଙ୍କୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ବର୍ଷା ବେଳେ ଘରୁ ନବାହାରି ନିଜ ପକ୍କା ଘର କିମ୍ବା ଆଶ୍ରୟସ୍ଥଳରେ ରହିବାକୁ ପରାମର୍ଶ ଦେଲେ ଜିଲ୍ଲାପାଳ ।
ଗତକାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ କ୍ଷେତ୍ର। କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ଏହା ପଶ୍ଚିମ- ଉତ୍ତରପଶ୍ଚିମକୁ ମୁହାଁଇ କାଲି ସୁଦ୍ଧା ହେବ ସୁଦୃଶ୍ୟ ଲଘୁଚାପର ରୂପ ନେବ। ପରେ ଏହା ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳକୁ ଗତି କରିବ। ଦୁଇ ଦିନରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ସମ୍ଭାବନା ରହିଛି।
ଲଘୁଚାପ ପ୍ରଭାବରେ ଆଗରୁ ରାଜ୍ୟରେ ଅଧିକ ବର୍ଷା ହେବା ନେଇ ଅନୁମାନ କରାଯାଉଛି।