137

ବାଲୁଗାଁ ମହାବିଦ୍ୟାଳୟର ୪୪ତମ ପ୍ରତିଷ୍ଠା ଦିବସ ସମାରୋହ

ଖୋର୍ଦ୍ଧା: ବାଲୁଗାଁ ମହାବିଦ୍ୟାଳୟର ୪୪ତମ ପ୍ରତିଷ୍ଠା ଦିବସ ସମାରୋହ ପରିଚାଳନା ପରିଷଦର ସଭାପତି ଇଂ ପ୍ରବାସ କୁମାର ସୁନ୍ଦରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି | ପ୍ରାରମ୍ଭରେ ଅତିଥିମାନେ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ନିକଟରେ ପ୍ରଦୀପ ପ୍ରଜ୍ଵଳନ ପୂର୍ବକ ସମାରୋହ ଉଦଘାଟନ କରିବା ପରେ ସେମାନଙ୍କୁ ମହାବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧିତ କରାଯlଇଥିଲା | ଛାତ୍ରୀମାନେ ପ୍ରାରମ୍ଭିକ ସଂଗୀତ ଗାନ କରିବା ପରେ ଅଧ୍ୟାପକ ଡକ୍ଟର କୈଳାସ ଚନ୍ଦ୍ର ମହାରଣା ଅତିଥିମାନଙ୍କର ପରିଚୟ ପ୍ରଦାନ କରିଥିଲେ | ଏହାପରେ ଅଧ୍ୟକ୍ଷ ଡକ୍ଟର ଲଷ୍ମୀଧର ସୁବୁଦ୍ଧି ସ୍ୱାଗତ ଭାଷଣ ଓ ସମ୍ପାଦକୀୟ ବିବରଣୀ ପ୍ରଦାନ କରିଥିଲେ | ମୁଖ୍ୟ ବକ୍ତାଭାବେ ଯୋଗଦେଇ ପୁରୀ ଲୋକସଭା ସାଂସଦ ଡାକ୍ତର ସମ୍ବିତ ପାତ୍ର ଛାତ୍ର ଛାତ୍ରୀମାନଙ୍କୁ ଅଧ୍ୟବସାୟୀ ଓ ଅଧ୍ୟୟନଶୀଳ ହେବାକୁ ପରାମର୍ଶ ଦେଇଥିଲେ | ମୁଖ୍ୟ ଅତିଥିଭାବେ ଯୋଗଦେଇ ଓଡିଶା ସରକାରଙ୍କର କ୍ୟାବିନେଟ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମହାବିଦ୍ୟାଳୟର ଶୈକ୍ଷିକ ଉତ୍କର୍ଷତା, ମାନ୍ୟତା ଓ ଗୁଣାତ୍ମକ ବିକାଶ ପାଇଁ ବର୍ତ୍ତମାନ ଓ ପୁରାତନ ଛାତ୍ରଛାତ୍ରୀ ମାନଙ୍କର ସହଭାଗିତା କାମନା କରିଥିଲେ | ଏହି ଅବସରରେ ପ୍ରାକ୍ତନ ଚିଲିକା ବିଧାୟକ ଡାକ୍ତର ବିଭୂତି ଭୂଷଣ ହରିଚନ୍ଦନ ରାଷ୍ଟ୍ର ଗଠନରେ ଶିକ୍ଷାର୍ଥୀ ଓ ଶିକ୍ଷକ ମାନଙ୍କର ପ୍ରତିବଦ୍ଧତା ଉପରେ ଗୁରୁତ୍ୱ ଦେଇଥିଲେ | ଚିଲିକା ପଂଚାୟତ ସମିତି ଅଧ୍ୟକ୍ଷ ଜ୍ୟୋତ୍ସl ବେହେରା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କର ଶୈକ୍ଷିକ ପ୍ରଗତି ପାଇଁ ଆହ୍ୱାନ ଦେଇଥିଲେ | ଏହାପରେ ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ନଳିନୀକାନ୍ତ ପଟ୍ଟନାୟକଙ୍କୁ ମୁଖ୍ୟ ଅତିଥି ପୃଥ୍ୱୀରାଜ ହରିଚନ୍ଦନ ଉତ୍ତରୀୟ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ ଓ ପ୍ରତ୍ୟୁତ୍ତରରେ ପ୍ରଫେସର ପଟ୍ଟନାୟକ ମହାବିଦ୍ୟାଳୟରେ ବିତାଇଥିବା ସ୍ମରଣୀୟ ଘଟଣା ଆଲୋକପାତ କରିଥିଲେ | ଏହାପରେ ମହାବିଦ୍ୟାଳୟର ୨୪ ଜଣ ବିଭାଗୀୟ ଶ୍ରେଷ୍ଠ ଛାତ୍ର ଛାତ୍ରୀଙ୍କୁ ଅତିଥିମାନେ ସମ୍ବର୍ଦ୍ଧିତ କରି ଥିଲେ | ଧନ୍ୟବାଦ ଦେଇଥିଲେ ଯୁକ୍ତ ଦୁଇ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ଶ୍ରୀଚନ୍ଦନ |

Spread the love