70

ନିର୍ଧୁମ ଛେଚିବ ବର୍ଷା, ଛୁଟି ହେଲା ସ୍କୁଲ

ଭୁବନେଶ୍ୱର: ଅବପାତ ପ୍ରଭାବରେ ନିର୍ଧୁମ ଛେଚିବ ବର୍ଷା। ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ୬ ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଦିଆଯାଇଛି । ବଲାଙ୍ଗିର, ନୂଆପଡ଼ା, ବରଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ |

ଏହି ସବୁ ଜିଲ୍ଲା ଦେଇ ଗତି କରିବ ଅବପାତ ତେଣୁ ଆସନ୍ତା ୩ ଘଣ୍ଟା ପାଇଁ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ସେହିପରି ବୌଦ୍ଧ, ସୋନପୁର, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ଦେବଗଡ଼, ନବରଙ୍ଗପୁର, ନୟାଗଡ଼ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ | ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

ସେପଟେ ପ୍ରବଳ ବର୍ଷା ଓ ବନ୍ୟା ସ୍ଥିତିକୁ ଦେଖି ଛୁଟି ଘୋଷଣା ହୋଇଛି ସ୍କୁଲ । ଆଜି ପାଇଁ ମାଲକାନଗିରି ଓ ଗଂଜାମ ଜିଲ୍ଲାରେ ସ୍କୁଲ ଛୁଟି ପାଇଁ ଜିଲ୍ଲା ପ୍ରଶାସନ ତରଫରୁ ଘୋଷଣା କରାଯାଇଛି । ଆଜି ଏହି ଦୁଇ ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ପାଣିପାଗ ବିଭାଗର ସତର୍କ ସୂଚନା ପରେ ସ୍କୁଲ ଛୁଟି ଘୋଷଣା କରାଯାଇଛି।

Spread the love