ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ଓଡିଶାରେ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ | ସେପ୍ଟେମ୍ବର ୧୭ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ପ୍ରଧାନମନ୍ତ୍ରୀଙ୍କ ଓଡିଶା ଗସ୍ତର ସଂପୂର୍ଣ୍ଣ କାର୍ଯ୍ୟସୂଚୀ ଜାରି ହୋଇଛି ।
ତେବେ କାର୍ଯ୍ୟସୂଚୀ ଅନୁଯାୟୀ ସକାଳ ୧୧ଟା ୨୫ ମିନିଟରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ ମୋଦି। ବିମାନ ବନ୍ଦରରୁ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଦିନ ୧୨ଟାରେ ଜନତା ମଇଦାନକୁ ଯିବେ। ସେଠାରେ ବିଭିନ୍ନ କଲ୍ୟାଣକାରୀ ଯୋଜନାର ଶୁଭାରମ୍ଭ କରିବା ସହିତ ବହୁ ପ୍ରତିକ୍ଷିତ ସୁଭଦ୍ରା ଯୋଜନାର ମଧ୍ୟ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ । ସେଠି ନରେନ୍ଦ୍ର ମୋଦି ଦିନ ୧ଟା ଯାଏ ଉପସ୍ଥିତ ରହିବା ପରେ ଅପରାହ୍ଣ ୩ଟା ୨୫ ମିନିଟ ସମୟରେ ନୂଆଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।