ଭୁବନେଶ୍ୱର: ଆର ପାରିରେ ପଦ୍ମ ବିଭୂଷଣ ରତନ ଟାଟା । ୮୬ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ଟାଟା ଟ୍ରଷ୍ଟ ଚେୟାରମ୍ୟାନ୍ ତଥା ଟାଟା ସନ୍ସର ଚେୟାରମ୍ୟାନ ଏମେରିଟସ୍ ରତନ ଟାଟା। ବାର୍ଦ୍ଧକ୍ୟଜନିତ ଅସୁସ୍ଥତା ଯୋଗୁଁ ସେ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଦୁଇ ଦିନ ତଳେ ତାଙ୍କ ଅସୁସ୍ଥତାକୁ ନେଇ ଚର୍ଚ୍ଚା ହୋଇଥିଲେ ମଧ୍ୟ, ସୋସିଆଲ ମିଡିଆରେ ଏହାକୁ ଖଣ୍ଡନ କରିଥିଲେ ନିଜେ ରତନ ଟାଟା। ତେବେ ଆଜି ସେ ଆଇସିୟୁରେ ଥିବା ନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା । ନିଜର ଅମାୟିକ ବ୍ୟକ୍ତିତ୍ବ, ସରଳ ଜୀବନଶୈଳୀ, ମେଳାପି ସ୍ବଭାବ ଏବଂ ବଦାନ୍ୟତା ପାଇଁ ବେଶ୍ ପରିଚିତ ଥିଲେ ରତନ ଟାଟା । ୧୯୬୧ରେ ସେ ପ୍ରଥମେ ଟାଟାଷ୍ଟିଲରେ ଯୋଗ ଦେଇଥିଲେ ଏବଂ ୧୯୯୧ରେ ଜେଆରଡି ଟାଟା ଅବସର ନେବା ପରେ ସେ ଟାଟା ସନ୍ସ ଚେୟାରମ୍ୟାନ୍ ବନିଥିଲେ। ଶିଳ୍ପ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ୨୦୦୦ ମସିହାରେ ପଦ୍ମଭୂଷଣ ଓ ୨୦୦୮ରେ ପଦ୍ମବିଭୂଷଣ ସମ୍ମାନରେ ସମ୍ମାନିତ କରିଥିଲେ ଭାରତ ସରକାର ।
95