84

Union Budget 2025: ଉପସ୍ଥାପନା ହେଲା କେନ୍ଦ୍ର ବଜେଟ ୨୦୨୫-୨୬, ଇନ୍‌କମ୍‌ ଟ୍ୟାକ୍ସକୁ ନେଇ ବଡ଼ ଘୋଷଣା!

କର୍ତବ୍ୟ ନ୍ୟୁଜ ବ୍ୟୁରୋ: ଆଜି ସଂସଦରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅଷ୍ଟମ ଥର ପାଇଁ ବଜେଟ ଉପସ୍ଥାପନ କରିଛନ୍ତି । ଆଜି ଉପସ୍ଥାପନ ହୋଇଛି କେନ୍ଦ୍ର ବଜେଟ୍‌-୨୦୨୫-୨୬ | ବଜେଟ୍‌ରେ ଇନ୍‌କମ୍‌ ଟ୍ୟାକ୍ସକୁ ନେଇ ବଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ । ୧୨ ଲକ୍ଷ ପର୍ଯ୍ୟନ୍ତ ଟ୍ୟାକ୍ସ ଛାଡ଼ ଘୋଷଣା କରାଯାଇଛି। କ୍ୟାପିଟାଲ ଗେନ୍‌ ଛଡ଼ା ଅନ୍ୟ ଆୟ ୧୨ ଲକ୍ଷ ପର୍ଯ୍ୟନ୍ତ ଟିକସ ଛାଡ଼ ଘୋଷଣା କରିଛନ୍ତି ନିର୍ମଳା ସୀତାରମଣ । କ୍ୟାପିଟାଲ ଗେନ୍‌ ଥିଲେ ୮ରୁ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର୧୦ ପ୍ରତିଶତ ରହିବ । ସେହିପରି ୧୨ରୁ ୧୬ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ୧୫% ଟିକସ । ୧୬ ଲକ୍ଷରୁ ୨୦ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ୨୦ %, ୨୦ରୁ ୨୪ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ୨୫%, ୨୪ ଲକ୍ଷରୁ ଅଧିକ ଆୟ ପାଇଁ ଟିକସ ୩୦ % ଟିକସ ଦେବାକୁ ପଡ଼ିବ । ଅନ୍ୟପକ୍ଷରେ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟ ଥିଲେ ବାର୍ଷିକ ୮୦ ହଜାର ଟଙ୍କା ବଞ୍ଚିବ । ସେହିପରି ୧୮ ଲକ୍ଷ ପର୍ଯ୍ୟନ୍ତ ଆୟ ଥିଲେ ବାର୍ଷିକ ୭୦ ହଜାର ଓ ୨୫ ଲକ୍ଷ ପର୍ଯ୍ୟନ୍ତ ଆୟ ଥିଲେ ବାର୍ଷିକ ୧.୨୫ ଲକ୍ଷ ଟଙ୍କା ବଞ୍ଚିବ ।

 

 

 

 

 

 

 

 

 

Spread the love